ଝାରସୁଗୁଡ଼ାରୁ ପୁଣି ୧୪୬ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୫୪ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୩୦ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୩୬ ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୭ଜଣ, ଝାରସୁଗୁଡ଼ା, ଲଇକେରା ଓ କିର୍ମିରା ବ୍ଲକରୁ ୬ଜଣ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ଝାରସୁଗୁଡ଼ାର ଆଉ ଜଣେ ବ୍ୟକ୍ତି ବୁର୍ଲ୍ଲା ଭିମାସାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୫୭ରେ ପହଞ୍ଚିଛି। ସେଥିମଧ୍ୟରୁ ୪,୦୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୭୨୭ ଜଣଙ୍କ ଚିକିତ୍ସା ଜାରି ରହିଛି।