ରାଜ୍ୟରେ ଆଖି ବୁଜିଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫ଶହକୁ ଟପିଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ୍‌ ଏବେ ତଳମୁହାଁ ଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମିବା ନାଁ ଧରୁନି। ଯାହାକି ଏବେ ଚିନ୍ତାର ବିଷୟ ପାଲଟିଛି।

ଏହି ପରିପ୍ରେକ୍ଷୀରେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବାବେଳେ ଭୁବନେଶ୍ୱରରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ମୟୂରଭଞ୍ଜରୁ ୨ ଜଣ ଏବଂ ଜଗତ୍‌ସିଂପୁର, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଆଖି ବୁଜିଛନ୍ତି।

ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୧୦ରେ ପହଞ୍ଚି ଯାଇଛି।