ରାଜ୍ୟରେ କରୋନାରେ ଗଲା ଆଉ ୧୫ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି କରୋନା ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ଏଥିରେ ୯ଟି ଜିଲ୍ଲାରୁ କରୋନା ଆକ୍ରାନ୍ତ ରହିଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୩୯୩ରେ ପହଞ୍ଚିଛି।

ସୂଚନା ଅନୁସାରେ ଖୋର୍ଦ୍ଧା ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ବରଗଡ଼ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, ବଲାଙ୍ଗିର, କଟକ, ମାଲକାନଗିରି ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଛି। ସେଥିରୁ ବର୍ତ୍ତମାନ ୨,୮୩,୫୩୩ ଜଣ ସୁସ୍ଥ ହୋଇସାରିଥିବାବେଳେ ସେଥିରୁ ୧୩,୭୮୯ ଜଣ ଚିକିତ୍ସାଧୀନ ରହିଛନ୍ତି।