କରୋନାରେ ଗଲା ଆଉ ୧୫ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି।

ଏହି ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ୪ ଜଣ, କଟକରୁ ୩ ଜଣ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ରହିଛନ୍ତି।