ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୧୫୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୩,୨୦୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୧୫୩ ଜଣଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୪୩, ଜଗତସିଂହପୁରୁ ୨୧, କନ୍ଧମାଳରୁ ୧୮, ଖୋର୍ଦ୍ଧାରୁ ୧୨, ଭଦ୍ରକରୁ ୧୧, ଜପତିରୁ ୯ ଓ କଳାହାଣ୍ଡି ଜିଲ୍ଲାରୁ ୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର, ଦେଓଗଡ଼, ଗଞ୍ଜାମ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୫ ଲେଖାଏଁ, ବଲାଙ୍ଗିର, ଝାରସୁଗୁଡ଼ା ଓ ନୟାଗଡ଼ରୁ ୨ ଲେଖାଏଁ, କୋରାପୁଟ ଜିଲ୍ଲାରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ କରେନା ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୭ ହୋଇଥିବାବେଳେ ୩,୨୦୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୧,୪୬୬ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।