Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆଜି ୧୫୪୦ ପଜିଟିଭ ଚିହ୍ନଟ, ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆଜି ୧୫୪୦ ପଜିଟିଭ ଚିହ୍ନଟ, ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୪୮୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୮୮୬ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।

ଅନୁଗୁଳ ଜିଲ୍ଲାରୁ ଆଜି ୧୦୦ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୯୨, ବରଗଡରୁ ୪୧, ଭଦ୍ରକରୁ ୯, ବଲାଙ୍ଗିରରୁ ୬୭, ବୌଦ୍ଧରୁ ୩, କଟକରୁ ୯୯, ଦେବଗଡରୁ ୭, ଢେଙ୍କାନାଳରୁ ୨୪, ଗଜପତିରୁ ୫, ଗଞ୍ଜାମରୁ ୨୯, ଜଗତସିଂହପୁରରୁ ୭୮, ଯାଜପୁରରୁ ୨୨, ଝାରସୁଗୁଡାରୁ ୪୨, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୧୪, କେନ୍ଦ୍ରାପଡାରୁ ୬୨, କେନ୍ଦୁଝରରୁ ୩୮, ଖୋର୍ଦ୍ଧାରୁ ୨୦୮, କୋରାପୁଟରୁ ୨୬, ମାଲକାନଗିରିରୁ ୪୨, ମୟୂରଭଞ୍ଜରୁ ୯୧, ନବରଙ୍ଗପୁରରୁ୪୩, ନୟାଗଡରୁ ୩୩, ନୂଆପଡାରୁ୫୧, ପୁରୀରୁ ୪୯, ରାୟଗଡାରୁ ୧୦, ସମ୍ବଲପୁରରୁ ୩୨, ସୋନପୁରରୁ ୨୯, ସୁନ୍ଦରଗଡରୁ ୧୧୧, ଷ୍ଟେଟପୁଲରୁ ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୫୪୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୦୩୦ଟି ଆକ୍ଟିଭ କେସ ରହିଥିବା ବେଳେ ୨୬୮୧୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।