ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ଦୈନିକ ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରେ ୯୦୪ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାପଡ଼ିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୦ ଜଣ ଥିବା ବେଳେ ବାଲେଶ୍ୱରରୁ ୯୭, ବରଗଡ଼ରୁ ୬, ଭଦ୍ରକରୁ ୪୨, ବଲାଙ୍ଗିରରୁ ୧୦, ବୌଦ୍ଧରୁ ୩, କଟକରୁ ୨୪୧, ଦେବଗଡ଼ରୁ ୯, ଢେଙ୍କାନାଳରୁ ୨୩, ଗଜପତିରୁ ୩, ଗଞ୍ଜାମରୁ ୭, ଜଗତସିଂହପୁରରୁ ୬୭, ଯାଜପୁରରୁ ୭୮, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୮, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୪୭୯, କୋରାପୁଟରୁ ୨, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୪୧, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୨୫, ନୂଆପଡ଼ାରୁ ୨, ପୁରୀରୁ ୮୨, ରାୟଗଡ଼ାରୁ ୮, ସମ୍ବଲପୁରରୁ ୧୪, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୨୮ ଏବଂ ଷ୍ଟେଟ ପୁଲରୁ ୧୦୩ ଜଣ ରହିଛନ୍ତି।
ଏଥିସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ସଂକ୍ରମଣ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ରେ ପହଞ୍ଚିଛି। ଏଥି ମଧ୍ୟରୁ ୧୬ ହଜାର ୭୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୫୩ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।