ଝାରସୁଗୁଡ଼ାରେ ପୁଣି ୧୫ କରୋନା ପଜିିଟିଭ ଚିହ୍ନଟ : ସଂଖ୍ୟା ୭,୧୮୦କୁ ବୃଦ୍ଧି

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୧୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୮ଜଣ, ଝାରସୁଗୁଡ଼ା ବ୍ଲକ ଅଞ୍ଚଳରୁ ୩ଜଣ, ବେଲପାହାଡ଼ ପୌରାଞ୍ଚଳ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳ ଓ କୋଲାବିରା ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ଜଣେ ଆକ୍ରାନ୍ତ ବାହାର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଛନ୍ତି।

ପ୍ରକାଶଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୧୮୦କୁ ପହଞ୍ଚିଥିବା ବେଳେ ୭,୧୧୧ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୨୩ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।