ରାଜଧାନୀରେ ଆଜି ୧୬ ପଜିଟିଭ ଚିହ୍ନଟ, ୩୪ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୯୩ରେ ପହଞ୍ଚିଛି। ଏଥିମଧ୍ୟରୁ ୩୧୦୬୨ଜଣ ସୁସ୍ଥ ହୋଇଥିବା ବେଳେ ୨୩୯ ଜଣଙ୍କର ମୃତ୍ୟୁ ହୋଇଛି। ୨୭୧ ଜଣ ବର୍ତ୍ତମାନ ଚିକିତ୍ସାଧୀନ ରହିଛନ୍ତି।

ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୮ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୩୪ଜଣ ସୁସ୍ଥ ହାଇଥିବା ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ସୂଚନା ମିଳିଛି।