ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ପ୍ରତିଦିନ ରାଜ୍ୟରେ ଜୀବନ ନେଉଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ। ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୫୪୩ କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ବରଗଡ ଓ ସୁନ୍ଦରଗଡ ଜିଲାରୁ ୩ ଜଣ ଲେଖାଏଁ ଥିବାବେଳେ ଝାରସୁଗୁଡାରୁ ୨ ଏବଂ ଖୋର୍ଦ୍ଧା, ମୟୂରଭଞ୍ଜ, ଦେଓଗଡ, ପୁରୀ ଓ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।