ପୁଣି ରାଜ୍ୟରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି।

ତେବେ କରୋନାରେ ମୃତ୍ୟୁ ହୋଇଥିବା ଏହି ୧୫ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୩ ଜଣ, ସମ୍ବଲପୁର, ସୁବର୍ଣ୍ଣପୁର ଓ ଗଜପତିରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କେରାପୁଟ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।