ମୟୂରଭଞ୍ଜରୁ ୧୬୩ କରୋନା ପଜିଟିଭ ଚିହ୍ନଟ : ସଂଖ୍ୟା ୬,୩୨୯କୁ ବୃଦ୍ଧି

ବାରିପଦା,ଏନ୍ଏନ୍ଏସ୍: ମୟୂରଭଞ୍ଜ ଜିଲ୍ଲାରେ ୧୬୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଉ ଜଣେ ୫୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି। ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୩୨୯କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଜଣେ, ସ୍ଥାନୀୟ ସଂସ୍ପର୍ଶରୁ ୧୫୬ ଜଣ, ଜଣେ କୋଭିଡ ଯୋଦ୍ଧା ଏବଂ କଟକ ଓ ଭୁବନେଶ୍ୱରଠାରେ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରେ ୯୭ଜଣ ପୁରୁଷ ଓ ୬୧ଜଣ ମହିଳା ରହିଥିବା ଜଣାପଡ଼ିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ କୌଣସି ଲକ୍ଷଣ ନ ଥିବା ଓ ସ୍ୱଳ୍ପ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ କୋଭିଡ଼ କେୟାର ଓ କ୍ରିଟିକାଲ ସଂକ୍ରମିତଙ୍କୁ କୋଭିଡ଼ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି।