ଆଜି ରାଜ୍ୟରେ ସୁସ୍ଥ ହେଲେ ୧୬୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୧୬୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୮୫୧୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୨ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁର ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରରୁ ୭୮, ବାଲେଶ୍ୱରରୁ ୭୬, କେନ୍ଦ୍ରାପଡାରୁ ୬୩, କେନ୍ଦୁଝରରୁ ୫୬, ମାଲକାନଗିରିରୁ ୫୪, କୋରାପୁଟରୁ ୫୧, କଳାହାଣ୍ଡି ଓ ନୂଆପଡାରୁ ୪୮ଜଣ ଲେଖାଏଁ, ପୁରୀରୁ ୪୭, ନବରଙ୍ଗପୁରରୁ ୪୨, ବଗରଡରୁ ୩୯, ନୟାଗଡରୁ ୩୩, ଢେଙ୍କାନାଳ, ଗଞ୍ଜାମ ଓ ଝାରସୁଗୁଡାରୁ ୩୨ଜଣ ଲେଖାଏଁ, ସମ୍ବଲପୁରରୁ ୨୯, ଭଦ୍ରକରୁ ୨୫, ଯାଜପୁରରୁ ୨୨, ସୋନପୁରରୁ ୧୮, ବୌଦ୍ଧରୁ ୧୭, ଦେବଗଡରୁ ୧୩, କନ୍ଧମାଳରୁ ୧୨, ଗଜପତିରୁ ୪ ଏବଂ ଷ୍ଟେଟପୁଲରୁ ୩୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।