କରୋନାରେ ଆଖି ବୁଜିଲେ ଆଉ ୧୭ : ସଂଖ୍ୟା ୧୫୬୦କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଯୋଗୁ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୧୫୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୪, ସମ୍ବଲପୁରରୁ ୩, ସୁବର୍ଣ୍ଣପୁର ଓ ଜଗତସିଂହପୁରରୁ ୨ ଲେଖାଏଁ, ବରଗଡ଼, ଭଦ୍ରକ, ଭୁବନେଶ୍ୱର, ଗଞ୍ଜାମ, କଟକ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି। ମୃତକମାନେ କରୋନା ବ୍ୟତୀତ ମଧୁମେହ, ଉଚ୍ଚ ରକ୍ତଚାପ ସମେତ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ।