କରୋନା ନେଲା ଆଉ ୧୭ ଜୀବନ : ସଂଖ୍ୟା ୧୬୨୫କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୫, କେନ୍ଦୁଝରରୁ ୩, କଟକ ଓ ଗଞ୍ଜାମରୁ ୨ ଲେଖାଏଁ, ଦେବଗଡ଼, ଜଗତସିଂହପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୧୬୨୫କୁ ବୃଦ୍ଧି ପାଇଛି। ସମସ୍ତ ମୃତକ କରୋନା ବ୍ୟତୀତ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।