ରାଜଧାନୀରୁ ପୁଣି ୧୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୭୨୦କୁ ବୃଦ୍ଧି ପାଇଛି।

ଏଥିମଧ୍ୟରୁ ୩୧୨୫୧ ଜଣ ସୁସ୍ଥହୋଇ ଘରକୁ ଫେରିଥିବାବେଳେ ୨୪୩ଜଣ ପ୍ରାଣ ହରାଇଛନ୍ତି। ୨୦୫ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୪ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷ୍ୟରେ ଆଜି ଭୁବନେଶ୍ୱରରୁ ୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି।