ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୦ କରୋନା ରୋଗୀ ଚିହ୍ନଟ, ୩ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୪୨ ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନ ସେଣ୍ଟରରୁ ୯୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୭୨ ରହିଛି। ଅନ୍ୟପଟେ ରାଜ୍ୟରେ ଆଉ ୩ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ଜଣାପଡ଼ିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗିର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୧୯ ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୋନପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ ଜଣ ରହିଛନ୍ତି। ଅନ୍ୟପଟେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୯୪୩ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୩୬୫୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୮୩୫୦ ଜଣଙ୍କର ମୃତ୍ୟୁ ହୋଇସାରିଛି।