ଭୁବନେଶ୍ୱରରୁ ଆଜି ୧୭୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୭୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୮ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଥିବାବେଳେ ୯୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨୮୯ରେ ପହଞ୍ଚିଛି।

ଏଥିରୁ ୩୪୩୫ ଜଣ ସୁସ୍ଥହୋଇ ଘରକୁ ଫେରିଥିବାବେଳେ ୨୫ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ୧୮୨୩ଟି ଆକ୍ଟିଭ କେସ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରେ ୧୮୪ ଜଣ କରୋନା ସଂକ୍ରମିତ ହୋଇଥିବା ବ୍ୟକ୍ତି ସୁସ୍ଥ ହୋଇଛନ୍ତି।