ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଉପର ତଳ ହେଉଛି। ଗତ କାଲି ରିପୋର୍ଟରେ ରାଜ୍ୟରେ ୧୬ ଶହରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜିର ରିପୋର୍ଟରେ ଏହି ସଂଖ୍ୟା ପୁଣି ବଢିଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୦୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯, ବାଲେଶ୍ୱରରୁ ୮୮, ବରଗଡ଼ରୁ ୬, ଭଦ୍ରକରୁ ୭୦, ବଲାଙ୍ଗିରରୁ ୩, ବୌଦ୍ଧରୁ ୪, କଟକରୁ ୨୪୦, ଦେବଗଡ଼ରୁ ୯, ଢେଙ୍କାନାଳରୁ ୫୨, ଗଜପତିରୁ ୩, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୫୧, ଯାଜପୁରରୁ ୮୫, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୧୪୯, କେନ୍ଦୁଝରରୁ ୨୮, ଖୋର୍ଦ୍ଧାରୁ ୩୮୬, କୋରାପୁଟରୁ ୫, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୬୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୪୬, ନୂଆପଡ଼ାରୁ ୩, ପୁରୀରୁ ୧୩୯, ରାୟଗଡ଼ାରୁ ୩୩, ସମ୍ବଲପୁରରୁ ୧୫, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୭୧ ଜଣ ରହିଛନ୍ତି।

ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ୍ କରୋନା ସଂକ୍ରମତିଙ୍କ ସଂଖ୍ୟା ୯୭୨୫୧କୁ ବୃଦ୍ଧି ପାଇଥିଛି। ଏଥି ମଧ୍ୟରୁ ୧୭୪୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।