୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ସଂକ୍ରମିତ, ୨ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ରହିଛନ୍ତି। ଅନ୍ୟପଟେ ରାଜ୍ୟରେ ଆଜି କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ରହିଛନ୍ତି। ମୃତକଙ୍କ ମଧ୍ୟରେ ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୫୧ ହଜାର ୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧,୮୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦ ଲକ୍ଷ ୪୧ ହଜାର ୩୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୨୪୪୭୨୭୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି। ଏଥିସହିତ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି।