କରୋନାରେ ଗଲା ଆଉ ୧୭ ଜୀବନ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭ ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ, ଢେ଼ଙ୍କାନାଳ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।