ରାଜ୍ୟରେ ଆଉ ୧୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୨ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୬ଟି ଜିଲ୍ଲା ଓ ଷ୍ଟେପୁଲରୁ ୧୮୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୬ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ୧୮୩ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ୩୨ ଜଣ ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଏହା ପରେ ଅନୁଗୁଳ ରହିଛି। ସେହିପରି କରୋନାରେ ମୃତ୍ୟୁ ଘଟିଥିବା ୨ ଜଣଙ୍କ ଭିତରେ ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି।
ଏଥିସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ହଜାର ୩୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୬ ହଜାର ୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୮୫ ଜଣଙ୍କର ମୃତ୍ୟୁ ହୋଇଛି।