ଓଡ଼ିଶାରୁ ଚିହ୍ନଟ ହେଲେ ଆଉ ୧୮୩୩ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮୩୩ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୭୧ଟି। ୫ଟି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ତିନି ଅଙ୍କ ଉପରେ ରହିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୭ ଜଣ, ବାଲେଶ୍ୱରରୁ ୧୨୯, ବରଗଡ଼ରୁ ୧୦, ଭଦ୍ରକରୁ ୮୯, ବଲାଙ୍ଗିରରୁ ୨, କଟକରୁ ୨୪୩, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୩, ଗଜପତିରୁ ୧୬, ଗଞ୍ଜାମରୁ ୯, ଜଗତସିଂହପୁରରୁ ୬୧, ଯାଜପୁରରୁ ୧୧୦, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୬, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୨୪, ଖୋର୍ଦ୍ଧାରୁ ୪୯୦, କୋରାପୁଟରୁ ୯, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୮, ପୁରୀରୁ ୧୩୯, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୨୩, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୭, ଷ୍ଟେଟ ପୁଲରୁ ୯୪ ଜଣ ରହିଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ରେ ପହଞ୍ଚିଛି। ଏଥି ମଧ୍ୟରୁ ୧୮୯୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୩୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।