ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୧୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୪,୬୦୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୧୮୪ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୮, ଖୋର୍ଦ୍ଧାରୁ ୪୫, ବାଲେଶ୍ୱରରୁ ୩୧, ଗଜପତିରୁ ୧୨, ଭଦ୍ରକରୁ ୧୦, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଛନ୍ତି। ସେହିପରି କେନ୍ଦ୍ରାପଡ଼ା ଓ ପୁରୀରୁ ୫ ଲେଖାଏଁ, ସୁନ୍ଦରଗଡ଼ରୁ ୪, ବଲାଙ୍ଗିର ଓ କେଉଁଝରରୁ ୩, କଟକରୁ ୨, ଅନୁଗୁଳ, ଯାଜପୁର, କନ୍ଧମାଳ ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦କୁ ବୃଦ୍ଧି ପାଇଥିବାବେଳେ ୪,୬୦୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୮ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୭୨୪ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।