ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୩୫ ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୭୬ ରହିଛି। ଅନ୍ୟପଟେ ରାଜ୍ୟରେ ଆଉ ୨ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ଜଣାପଡ଼ିଛି।
୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୯ଜଣ, ଭଦ୍ରକରୁ ୨, ବୌଦ୍ଧରୁ ୨, କଟକରୁ ୧୪, ଦେବଗଡ଼ରୁ ୨, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୩, କେନ୍ଦ୍ରାପଡ଼ାରୁ ୪, ଖୋର୍ଦ୍ଧାରୁ ୭୬, ମୟୂରଭଞ୍ଜରୁ ୧୨, ନୟାଗଡ଼ରୁ ଜଣେ, ପୁରୀରୁ ୭, ସମ୍ବଲପୁରରୁ ୧୮, ସୋନପୁରରୁ ୪, ସୁନ୍ଦରଗଡ଼ରୁ ଜଣେ ଓ ଷ୍ଟେଟ ପୁଲ୍ରୁ ୧୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି।
ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୬୫୬ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୪ ହଜାର ୫୦୫ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୨,୭୧୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୮୩୭୯ ଜଣଙ୍କର ମୃତ୍ୟୁ ହୋଇସାରିଛି।