ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୬ ସଂକ୍ରମିତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଉପରତଳ ହେଲାଣି କରୋନା ଗ୍ରାଫ୍। ଗତକାଲି ଠାରୁ ଆଜି ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପାଇଛି।

ଗତ କାଲି ପୁରା ରାଜ୍ୟରୁ ୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆସି ଏହି ସଂଖ୍ୟାରେ ବୃଦ୍ଧି ପାଇଛି। ଆଜି ରାଜ୍ୟରୁ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରେ ୧୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ବାକି ୭୭ ଟି ଲୋକାଲ୍ କେସ୍ ରହିଛି । ଆଜି ୧୮ ବର୍ଷରୁ କମ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ରହିଛି।

ଆଜିର ୧୮୬ ଜଣ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୦୨୦ କୁ ବୃଦ୍ଧି ପାଇଛି। ଅନ୍ୟପଟେ ଆଜି କରୋନା ମହାମାରୀରେ ଜଣେ ପ୍ରାଣ ହରାଇଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।