ରାଜ୍ୟରେ ପୁଣି ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ୧୮୯୭ ପଜିଟିଭ୍ ଚିହ୍ନଟ, ଜଣେ ମୃତ

ଭୁବନେଶ୍ବର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତକାଲି ରାଜ୍ୟରେ ୧୨୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେହିପରି ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୦୦ ଜଣ, ବରଗଡ଼ରୁ ୧୬ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରୁ ୬ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୪୮ ଜଣ, ଦେବଗଡ଼ରୁ ୧୬ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୩୪ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୦ ଜଣ, ଝାରସୁଗୁଡ଼ାରୁ ୬୬ ଜଣ, କଳାହାଣ୍ଡିରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩୧ ଜଣ, ଖୋର୍ଦ୍ଧାରୁ ୬୬୯ ଜଣ, କୋରାପୁଟରୁ ୧୫ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୨୫ ଜଣ, ନୟାଗଡ଼ରୁ ୧୪ ଜଣ, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୫୪ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୨୫ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୬୨ ଜଣ ଓ ଷ୍ଟେଟ ପୁଲରୁ ୧୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୯ ହଜାର ୭୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୫ ହଜାର ୫୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେବି ୫ ହଜାର ୭୩୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।