ରାଜ୍ୟରେ ଆଉ ୧୯ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ୧୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୧୯ଜଣ ଖୋର୍ଦ୍ଧା ଅଂଚଳର ବୋଲି ଜଣାପଡ଼ିଛି। ଅନ୍ୟପଟେ ଜିଲ୍ଲାରେ ଆଉ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଜିଲ୍ଲାପାଳ ସିତାଂଶୁ ରାଉତ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜିର ୧୯ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୧୩ଜଣ ସୁସ୍ଥ ହୋଇଛନ୍ତି। ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୧୧୦ଜଣ ଚକିତ୍ସିତ ହେଉଛନ୍ତି। ଆଜି ସକାଳେ ରାଜ୍ୟରେ ୧୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ରାୟଗଡ଼ା ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି ଗୋଟିଏ ଦିନରେ ରାଜ୍ୟରେ ୧୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାକୁ ମଧ୍ୟ ଆଜି କରୋନା ତା’ର କାୟା ବିସ୍ତାର କରିଛି। ଅନ୍ୟ ପଟେ ରାଜ୍ୟରେ ୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଥିଲେ। ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ ୫ଦିନ ଭିତରେ ଶତକ ପରେ ଶତକ ଛୁଇଁ ଚାଲିଛି।

ବିର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୧୪୧୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟ ୯୮୦ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।