ରାଜ୍ୟରେ ଆଜି ଆଉ ୧୯ କରୋନା ରୋଗୀ ମୃତ, ମୃତ୍ୟୁ ସଂଖ୍ୟା ୨୩ ଶହ ଟପିଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନାର ଦୈନିକ ସଂକ୍ରମଣରେ ବ୍ରେକ ଲାଗୁନି କି ମୃତ୍ୟୁ ସଂଖ୍ୟା ମଧ୍ୟ କମିବାର ନାଁ ନେଉନି। ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।