ରାଜ୍ୟରେ ଆଉ ୧୯ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ହଜାରରୁ ଅଧିକ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୧୪୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ପୁରୀ ଓ ଗଞ୍ଜାମରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ବଲାଙ୍ଗିର, କଟକ, ଦେବଗଡ଼, ଝାରସୁଗୁଡ଼ା, ଗଜପତି ଓ କଳାହାଣ୍ଡିରୁ ଜଣେ ଲେଖାଏଁ ରହିଛନ୍ତି।