ରାଜଧାନୀରେ ୧୯୧ କରୋନାରେ ସଂକ୍ରମିତ, ୬୬ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ  ୧୯୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪୫ଜଣ ଓ ସ୍ଥାନୀୟ ସଂକ୍ରମଣ ୧୪୬ଜଣ ରହିଛନ୍ତି। ଅନ୍ୟପଟେ ୬୬ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ହଜାର ୮୯୩ ହୋଇଥିବାବେଳେ ୩୨ହଜାର ୩୮୬ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୨୩୬ଜଣ ଚିକିତ୍ସିତ ହେଉଛନ୍ତି।