କମିଲା ପୁଣି ସଂକ୍ରମଣ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୯୨୭ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ ଜଣ, ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୨୭, ଭଦ୍ରକରୁ ୧୯, ବଲାଙ୍ଗିରରୁ ୧୧, ବୌଦ୍ଧରୁ ୭, କଟକରୁ ୨୪୮, ଦେଓଗଡ଼ରୁ ୬, ଢେଙ୍କାନାଳରୁ ୭୫, ଗଜପତିରୁ ୪, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୯୧, ଯାଜପୁରରୁ ୧୨୩, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୩୨, ଖୋର୍ଦ୍ଧାରୁ ୪୯୮, କୋରାପୁଟରୁ ୮, ମାଲକାନଗିରିରୁ ୧୮, ମୟୁରଭଞ୍ଜରୁ ୯୦, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୬୪, ନୂଆପଡ଼ାରୁ ୫, ପୁରୀରୁ ୧୦୩, ରାୟଗଡ଼ାରୁ ୨୨, ସମ୍ବଲପୁରରୁ ୩୩, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୩୮ ଓ ଷ୍ଟେଟ ପୁଲ୍‌ରୁ ୧୦୦ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୫୯,୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯,୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୩୫,୦୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।