ଗତ ୨୪ ଘଣ୍ଟାରେ ଦେଶରେ ୧୯,୪୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୮୦ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ବ୍ୟାପକ ହେଉଛି କରୋନା ଭୂତାଣୁ ସଂକ୍ରମଣ। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଆଜି ଦେଶରେ ମୋଟ ୧୯ ହଜାର ୪୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୮ ହଜାର ୩୧୮ରେ ପହଞ୍ଚିଛି। ସେହିପରି କରୋନାରେ ଦେଶରେ ୩୮୦ ଜଣଙ୍କ ମୃତ୍ୟୁ ହୋଇଛି।

ଏଥିସହ ସାରା ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬ ହଜାର ୪୭୫ରେ ପହଞ୍ଚିଛି। ବର୍ତ୍ତମାନ ଦେଶରେ ମୋଟ୍ ୩ ଲକ୍ଷ ୨୧ ହଜାର ୭୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ଲକ୍ଷ ୧୦ ହଜାର ୧୨୦ ସକ୍ରିୟ ମାମଲା ରହିଛି।