ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ। ଆସନ୍ତାକାଲି ଅର୍ଥାତ ୧୪ ତାରିଖରେ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ। ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। orissaresults.nic.in ଓ୍ବେବସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। କୋଭିଡ କଟକଣା ଯୋଗୁଁ ଚଳିତବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା। ଉଲ୍ଲେଖଯୋଗ୍ୟ ଯେ, ଚଳିତବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି।