ସେପ୍ଟେମ୍ବର ୫ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆସନ୍ତା ୫ ତାରିଖରେ ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସିଏଚଏସଇ କାର୍ଯ୍ୟାଳୟରେ ପରୀକ୍ଷାଫଳ ବାହାରିବ ବୋଲି ଜଣାପଡ଼ିଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଚଳିତ ବର୍ଷ ପାଖାପାଖି ୨ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା ଦେଇଛନ୍ତି। କରୋନା ଯୋଗୁ ଚଳିତ ବର୍ଷ ଫଳାଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଛି ବୋଲି ମଧ୍ୟ ମନ୍ତ୍ରୀ ପ୍ରକାଶ କରିଛନ୍ତି।