ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆସନ୍ତା ୧୦ ତାରିଖରେ +୨ ଖାତାଦେଖା ଆରମ୍ଭ ହେବ । ଚଳିତ ବର୍ଷ ୨ଟି ପର୍ଯ୍ୟାୟରେ ଖାତା ଦେଖା ହେବ । ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଏବଂ ୨୩ରୁ ୭ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ହେବ ବୋଲି ଜଣାପଡ଼ିଛି । ଉଭୟ ଅନଲାଇନ ଓ ଅଫଲାଇନରେ ମୂଲ୍ୟାୟନ ହେବ । ଖାତାଦେଖା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।