ଭିଜିଲାନ୍ସ ରେଡ: ଅଧ୍ୟାପକଙ୍କ ୨ କୋଟି ଟଙ୍କାର ଘର

ପାରଳାଖେମୁଣ୍ଡି,ଏନ୍ଏନ୍ଏସ୍: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧ୍ୟାପକ ଜି. ନାଗେଶ୍ଵର ରାଓଙ୍କ ପାରଳାଖେମୁଣ୍ଡି ସ୍ଥିତ ରାଧାଗୋବିନ୍ଦ ନଗର ଦ୍ୱିତୀୟ ଲାଇନରେ ଭିଜିଲାନ୍ସ ଚଢ଼ଉ ଜାରି ରଖିଥିବାର ଖବର ମିଳିଛି। ତାଙ୍କର ବାସଭବନ ସମେତ ୬ଟି ସ୍ଥାନରେ ଚଢ଼ଉ ଚାଲିଥିବା ନେଇ ସୂଚନା ମିଳିଛି। ପାରଳା ସହରର ବଡ଼ ବ୍ରାହ୍ମଣ ସାହି, ବେତାଗୁଡା, ଚିପୁରୁ ପଲ୍ଲୀ ସମେତ ୬ଟି ଜାଗାରେ ଚଢ଼ଉ ଜାରି ରହିଛି।

ମିଳିଥିବା ସୂଚନା ଅନୁସାରେ ଜି. ନାଗେଶ୍ଵର ରାଓ ବର୍ତ୍ତମାନ ଗଜପତି ଜିଲ୍ଲା ଗୁରାଣ୍ଡିସ୍ଥିତ ମୀନକେତନ ମହାବିଦ୍ୟାଳୟରେ ଅଧ୍ୟାପକ ଭାବେ କାର୍ଯ୍ୟରତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ଟଙ୍କାରୁ ଅଧିକ ନଗଦ ମିଳିଥିବା ବେଳେ ଆନୁମାନିକ ୨ କୋଟି ଟଙ୍କା ମୂଲ୍ୟର ଘର ଏବଂ ଅନ୍ୟାନ୍ୟ ବ୍ୟାଙ୍କ ଆକାଉଣ୍ଟ ଏବଂ ଗାଡ଼ି ମିଳିଥିବା ନେଇ ବିଶେଷ ସୂତ୍ରରୁ ଖବର ମିଳିଛି। ବର୍ତ୍ତମାନ ଚଢ଼ଉ ଚାଲିଥିବାବେଳେ ଏହା ସରିଲେ ତାର ସମ୍ପୂର୍ଣ୍ଣ ତଥ୍ୟ ପ୍ରକାଶ କରାଯିବ ବୋଲି ସୂଚନା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।