କଟକରେ ପୋଲ ଭୁଶୁଡି ୨ ମୃତ: ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

କଟକ,ଏନ୍ଏନ୍ଏସ୍: ଛତ୍ର ବଜାର ପରିବା ବଜାର ନିକଟରେ ନିର୍ମାଣାଧୀନ ପୋଲ ଭୁଶୁଡି ପଡିଛି। ଏହି ବ୍ରିଜ ତଳେ ଫସି ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ବହୁତ ଲୋକ ଆହତ ମଧ୍ୟ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କାର କ୍ଷତି ପୂରଣ ଘୋଷଣା କରିଛନ୍ତି। ଏଥିସହିତ ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଏହି ଘଟଣାର ରେଭିନ୍ୟୁ ଡିଭିଜନ୍‌ କମିସନ୍‌ (ଆରଡିସି) ସ୍ତରୀୟ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।