କେନ୍ଦୁଝର,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ କାଠବାଡି ଗାଁ’ରେ ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ଘର ଭିତରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି। ଘରେ ଜେନେରେଟର ଚଳାଇ ଶୋଇଥିବା ବେଳେ ଏହି ଅଘଟଣ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସଭିଏଁ ଗୋଟିଏ ପରିବାରର ବୋଲି କୁହାଯାଉଛି। ଶ୍ୱାସରୁଦ୍ଧ ପରେ ସଭିଁଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କେନ୍ଦୁଝର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।