ଚମୋଲି,ଏଜେନ୍ସି: ଉତ୍ତରାଖଣ୍ଡର ଚମୋଲିରେ ବରଫ ଅତଡା ଖସି ସୃଷ୍ଟି ହୋଇଥିବା ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୧୦ ମୃତ ଦେହ ଉଦ୍ଧାର ହୋଇଥିବା ବେଳେ ୧୦୦ରୁ ଅଧିକ ଜଣ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦେବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହ ଗୁରୁତର ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।
ଏହା ପୂର୍ବରୁ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତ ଘୋଷଣା କରିଛନ୍ତି। ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକେ କୌଣସି ପ୍ରକାରର ସାହାଯ୍ୟ ପାଇଁ ୧୦୭୦ ବା ୯୫୫୭୪୪୪୪୮୬ରେ ଯୋଗାଯୋଗ କରିପାରିବେ। ଘଟଣାସ୍ଥଳରେ ଆଟିବିପିର ୧୦୦ ଜଣ ଯବାନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।