ଅହମ୍ମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ତାଉତେ’ ବାତ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ କରିବା ପାଇଁ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ସ୍ଥିତିକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ସମେତ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।
ବାତ୍ୟା ପ୍ରଭାବରେ ସମସ୍ତ ରାଜ୍ୟରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୨ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏଥିସହିତ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଦିଆଯିବ। ଏନେଇ ନିଜେ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ପ୍ରଭାବିତ ଲୋକଙ୍କ ସହ ଭାରତ ସରକାର ସର୍ବଦା ଠିଆ ହେବ ଏବଂ ଯଥାଶୀଘ୍ର ସହାୟତା ପ୍ରଦାନ କରିବ ବୋଲି ମୋଦୀ କହିଛନ୍ତି।