ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ଟଙ୍କପାଣି ରୋଡ୍ ଅଞ୍ଚଳରେ ଆଜି ଏକ ଅଘଟଣ ଘଟିଛି। ସ୍ୱେରେଜ କାମ ଚାଲୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକ ଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ।