ରାଜ୍ୟରେ ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଅଉ ଏକ ଖୁସି ଖବର ଆସିଛି। ପୁଣି ୨ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ଆଜି ସେମାନଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ତେବେ ସେମାନେ ଦୁହେଁ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏଥିସହ ବର୍ତ୍ତମାନ ରାଜ୍ୟରେ ମୋଟ କରୋନା ସୁସ୍ଥଙ୍କ ସଂଖ୍ୟା ୩୭ରେ ପହଞ୍ଚିଲା।