ଆଉ ୨ ମୁଣ୍ଡ ନେଲା କରୋନା, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ଵର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା ଭୂତାଣୁ। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ, କରୋନାରେ ମୃତ୍ୟୁବରଣ କରିଥିବା ୨ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଉଭୟ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଏହି ୨ ଜଣଙ୍କ ମଧ୍ୟରୁ ଜଣେ ୫୧ ବର୍ଷୀୟ ପୁରୁଷ ସେ ମଧୁମେହ ରୋଗରେ ପୀଡ଼ିତଥିଲେ। ସେହିପରି ଅନ୍ୟ ଜଣେ ୩୪ ବର୍ଷୀୟ ପୁରୁଷ ଏବଂ ତାଙ୍କର ଉଚ୍ଚ ରକ୍ତଚାପ ଜନିତ ସମସ୍ୟା ଥିଲା।

ଅନ୍ୟପଟେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୪୮ ଜଣଙ୍କ ମୃତ୍ୟୁ ହୋଇଛି।