ପୁଣି ୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଜଣେ ୧୩ ଓ ଅନ୍ୟଜଣେ ୧୧ ବର୍ଷୀୟା ନାବାଳିକା ରହିଛନ୍ତି। ୨ଜଣ ଭଉଣୀ ହୋଇଥିବାବେଳେ ଡିସେମ୍ବର ୧୩ରେ ନାଇଜେରିଆରୁ ଫେରିଥିଲେ। ହେଲେ ତାଙ୍କ ବାପାମା’ଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ସମ୍ପୃକ୍ତ ୨ ଭଉଣୀଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଥିବା ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜିର ୨ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।