ଭୁବନେଶ୍ୱରରୁ ୨ କରୋନା ପଜିଟିଭ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗୌତମନଗର ଓ ଭରତପୁରରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୫କୁ ବୃଦ୍ଧି ପାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୨ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୫ ହୋଇଥିବାବେଳେ ୩୧ ହଜାର ୫୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୦୭ ଜଣ ଚିକିତ୍ସିତ ହେଉଛନ୍ତି।