ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଯୁକ୍ତ ୨ ବିଜ୍ଞାନ ଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଚଳିତ ବର୍ଷ ରାଜ୍ୟରେ ମୋଟ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ବିଜ୍ଞାନରେ ୯୭ ହଜାର ୩୭୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ଲକଡାଉନ କଟକଣା ଯୋଗୁଁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଫଳ ଖାତାଦେଖାରେ ସମସ୍ୟା ସୃଷ୍ଟି ହୋଇଥିଲା। ସେହିପରି ଅଗଷ୍ଟ ମାସର ତୃତୀୟ ସପ୍ତାହରେ ଯୁକ୍ତ ୨ ବାଣିଜ୍ୟ ଓ ଶେଷ ସପ୍ତାହରେ ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବ।