ଭୁବନେଶ୍ୱରରେ ୨୦ ନୂଆ କରୋନା ପଜିଟିଭ ଚିହ୍ନଟ : ସଂଖ୍ୟା ୩୧ହଜାର ୧୯୯କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୨୦ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭ଜଣ ଓ ସ୍ଥାନୀୟ ସଂକ୍ରମଣ ୧୩ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ହଜାର ୧୯୯କୁ ବୃଦ୍ଧି ପାଇଛି। ଅନ୍ୟପଟେ ୩୬ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ହଜାର ୧୯୯ ହୋଇଥିବାବେଳେ ୩୦ ହଜାର ୬୧୬ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୩୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୩୨ ଜଣ ଚିକିତ୍ସିତ ହେଉଛନ୍ତି।