Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
୨୦୦ କୋଟିର ‘ସମଲେଇ ଯୋଜନା’ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

୨୦୦ କୋଟିର ‘ସମଲେଇ ଯୋଜନା’

ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଟି କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ୱାସର କେନ୍ଦ୍ର ମା’ ସମଲେଇ। ମା’ ଙ୍କ ପବିତ୍ର ପୀଠ ହେଉଛି ସମ୍ବଲପୁରର ମା’ସମଲେଶ୍ୱରୀ ମନ୍ଦିର। ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ୱପୂର୍ଣ୍ଣ ପର୍ବପାର୍ବାଣୀ ମାନଙ୍କରେ ମା’ଙ୍କ ପୀଠରେ ଭକ୍ତ ସମାଗମ ଲାଗି ରହିଥାଏ। ପୁରୀର ଶ୍ରୀଜଗନ୍ନାଥ ଓ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର ପରେ ୫-ଟି ଉପକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବୀ ପୀଠ ସମ୍ବଲପୁରର ମା’ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା ।

ଷୋଡ଼ଶ ଶତାଦ୍ଦୀରେ ନିର୍ମିତ ମା ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର Samaleswari Temple Area Management & Local Economy Initiatives (SAMALEI)  ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ୱରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ। ଏହି ଯୋଜନାରେ ମାଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତ ମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ।

୧. ମା ଙ୍କ ମନ୍ଦିରର ସୁରକ୍ଷା ଓ ବିକାଶ

ମାଙ୍କ ମନ୍ଦିର ଅଞ୍ଚଳ ୧୨ ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମାଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜୀରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ । ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ । ଭକ୍ତମାନେ ପୂର୍ବ ଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ୱାର ଦେଇ ବାହାରକୁ ବାହାରିବେ ।

ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର ପାଖରେ ମନ୍ଦିର କାର୍ଯ୍ୟାଳୟ,Interpretation Centre ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ। ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀ ମଠର ସଂରକ୍ଷଣ କରାଯିବ ଏବଂ ଏହାର ବିକାଶ କୁ ମୂଳ ଯୋଜନା ସହ ସମନ୍ୱିତ କରାଯିବ ।

୨. ଐତିହ୍ୟ କରିଡ଼ର

ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ । ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।

୩. ଯାତ୍ରୀ ସୁବିଧା –

ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ୱତନ୍ତ୍ର ଠରଦ୍ଭୟସଦ୍ଭଶ ଚ୍ଛକ୍ଟଦ୍ଭର, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ ।

ତାସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍ଧ ହେବ ।

୪. ସେବାୟତ ପରିବାର ପାଇଁ ବାସଗୃହ

ମନ୍ଦିର ନିକଟରେ ରହୁଥିବା ସେବାୟତ ମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧା ର ବିକାଶ କରାଯିବ ।

୫. ମନ୍ଦିର ଓ ମହାନଦୀ ସଂଯୋଗ ରାସ୍ତା

ମାଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି ମନ୍ଦିରରୁ ମହାନଦୀ ଘାଟକୁ ସୁବିଧାରେ ଯାଇପାରିବେ, ସେଥିପାଇଁ ୩୦ ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ।

୬. ମହାନଦୀ ଆଳତୀ

ଉପରୋକ୍ତ ପାଦଚଲା ରାସ୍ତାର ମଧ୍ୟ ଭାଗରେ ଏକ ୩୦ ମିଟର ବିଶିଷ୍ଟ Deck ନିର୍ମାଣ କରାଯିବ, ଯେଉଁଠାରୁ କି ଉଭୟ ମହାନଦୀ ଓ ମାଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ।

ସେଠାରେ ପ୍ରତିଦିନ ମହାନଦୀ ଆଳତୀ ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ଦେବ ।

୭. ରିଙ୍ଗ ରୋଡ ବିକାଶ

ବର୍ତ୍ତମାନର ରିଙ୍ଗ ରୋଡକୁ ଚଉଡା କରାଯିବ ଏବଂ ସେଥିରେ ସ୍ୱତନ୍ତ୍ର ଭାବରେ ନଦୀ କୂଳେ କୂଳେ ଚଲାପଥ ଓ ଅବସର ସୁବିଧା ରହିବ ।

୮. ନଦୀ କୂଳର ବିକାଶ

ନଦୀ କୂଳର ଯୋଜନାବଦ୍ଧ ଭାବରେ ବିକାଶ କରାଯିବ ଏବଂ ଲୋକମାନେ ଯେପରି ସୁବିଧାରେ ସେମାନଙ୍କର ପରମ୍ପରା ଓ ରୀତିନୀତି ପାଳନ କରିପାରିବେ, ସେଥିପାଇଁ ପ୍ଲାଟଫର୍ମର ବ୍ୟବସ୍ଥା କରାଯିବ । ତାସହିତ ପର୍ଯ୍ୟଟକ ମାନଙ୍କୁ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ ଚବଙ୍ଖସକ୍ଷସକ୍ଟଦ୍ଭ, ଚକ୍ଷବଚ୍ଛବ ଓ ଊରମଳ ଆଦି ନିର୍ମାଣ କରାଯିବ । ପୁରୁଣା ଦିନ ଭଳି ମହାନଦୀରୁ ମନ୍ଦିର ସ୍ପଷ୍ଟ ଦେଖାଯିବ।

୯. ହ୍ରଦ କୂଳର ବିକାଶ

ଏହି ପ୍ରକଳ୍ପ ଅଧୀନରେ ୨୨ ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ wetlandର ବିକାଶ ସହିତ  5 MLD Sewerage Treatment Plant  ନିର୍ମାଣ କରାଯିବ । Wetland ଅଞ୍ଚଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରାଯିବ। ଏହାସହିତ ସେଠାରେ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Food Park, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଂଗମଞ୍ଚର ବ୍ୟବସ୍ଥା ରହିବ । ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ ( (Souvenirs)) ସାମଗ୍ରୀ ର ବିକ୍ରି ପାଇଁ vending ବ୍ୟବସ୍ଥା କରାଯିବ।

୧୦. ରେଲୱେ ରାସ୍ତର ପ୍ରଶସ୍ତିକରଣ

ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାର୍ଶ୍ୱକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ । ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ।

୧୧. ଶଶ୍ମାନର ପୁନର୍ବିନ୍ୟାସ –

ବର୍ତ୍ତମାନ ଥିବା ଶଶ୍ମାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ । ଏହି ଶଶ୍ମାନଟି ୯ ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ୱାରା ମହାନଦୀ ସହ ସଂଯୁକ୍ତ ହେବା ଫଳରେ ଲୋକମାନେ ସୁବିଧାରେ ନଦୀଘାଟକୁ ଯାଇ ପରମ୍ପରା ଓ ରୀତିନୀତି ପାଳନ କରିପାରିବେ । ଶଶ୍ମାନ ପାଖରେ ଶେଷକୃତ୍ୟ, ସ୍ଥାନ ଶ୍ରାଦ୍ଧମଣ୍ଡପ ଓ ବିଶ୍ରାମଗୃହ ର ବ୍ୟବସ୍ଥା କରାଯିବ। ଏହି ନୂଆ ଯୋଜନା ଫଳରେ ପ୍ରଭାବିତ ହେଉଥିବା ଜନସାଧାରଣଙ୍କ ପାଇଁ ମାନବୀୟ ଦୃଷ୍ଟିରୁ ବିଚାର କରିଏକ ଉଦାର ଥଇଥାନ ଓ ପୁରର୍ବାସ ପ୍ୟାକେଜ ପ୍ରସ୍ତୁତ କରାଯାଉଛି । ଏଥିରେ ଘରୋଇ ଜମିରେ ଘର ସରକାରୀ ଜମିରେ ଥିବା ବସ୍ତି, ସରକାରୀ ଜମିରେ ଅନ୍ୟ ବାସଗୃହ, ସରକାରୀ ଜମିରେ ଦୋକାନ ଘର, ସରକାରୀ ଜମିରେ vendor ମାନଙ୍କ ପାଇଁ ସୁବିଧା ପାଇଁ ପ୍ୟାକେଜରେ ବିସ୍ତୃତ ବ୍ୟବସ୍ଥା ରଖାଯିବ ।

ସେହିପରି ସରକାରୀ ଜମିରେ ଥିବା କ୍ଲବ, ଧାର୍ମିକ ଅନୁଷ୍ଠାନ, ସରକାରୀ ଅଫିସ ଓ ପ୍ରତିଷ୍ଠାନ ମାନଙ୍କ ପାଇଁ ସହାୟତା ପ୍ରଦାନ କରାଯିବ। ଏହି ଚିଠା ମାଷ୍ଟର ପ୍ଲାନ ସଂପର୍କରେ ଜନସାଧାରଣ development.samalei@gmail.com ଜରିଆରେ ମାର୍ଚ୍ଚ ୧୫ ସୁଦ୍ଧା ସେମାନଙ୍କର ମୂଲ୍ୟବାନ ମତାମତ ଦେଇପାରିବେ । ସମଲାଇ ପ୍ରକଳ୍ପର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନ କରିଥିଲେ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।