ରାଜଧାନୀରୁ ୨୦୧ ପଜିଟିଭ, ୨୯୨ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୮୧୧୦ରେ ପହଞ୍ଚିଥିବାବେଳେ ୨୫୩୫୨ଜଣ ସୁସ୍ଥ ହୋଇ ଫେରିଛନ୍ତି।

ସେହିପରି ୧୪୬ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି। ୨୫୯୧ଜଣ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧ କେନ୍ଦ୍ରରୁ ୬୪ଜଣ ଚିହ୍ନଟ ହୋଇଥିବାବେଳେ ୧୩୭ଜଣ ସ୍ଥାନୀୟ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ୨୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।